୧୮୭୬ ଆକ୍ରାନ୍ତ ଚିହ୍ନଟ, ୯ ଜୀବନ ଗଲା

ଭୁବନେଶ୍ୱର, (ଏସ୍‌.ଏ.ଏନ): ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୯ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୫କୁ ବୃଦ୍ଧି ପାଇଛି । ମୃତ ୯ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ଅନୁଗୁଳ ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ , ବାଲେଶ୍ୱରରୁ ଜଣେ ରହିଛନ୍ତି । ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ଜଣେ ୪୮ବର୍ଷୀୟ ମହିଳା, ୫୭ବର୍ଷୀୟ ପୁରୁଷ, ୫୭ବର୍ଷୀୟ ପୁରୁଷ, ୭୪ବର୍ଷୀୟ ମହିଳା ରହିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ୫୮ବର୍ଷୀୟ ପୁରୁଷ ରହିଛନ୍ତି । ରାୟଗଡ଼ା ଜିଲ୍ଲାରୁ ଦୁଇ ଜଣ ୬୫ ବର୍ଷୀୟ ପୁରୁଷ ରହିଛନ୍ତି । ସେହିପରି ଅନୁଗୁଳ ଜିଲ୍ଲାରୁ ଜଣେ ୪୪ ବର୍ଷୀୟ ମହିଳା ରହିଛନ୍ତି । ତେବେ ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ୧୪୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଖୋର୍ଦ୍ଧାରେ ୪୪ ଜଣଙ୍କର ଜୀବନ ଯାଇଛି ।
ସେହିପରି ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୮୭୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦,୬୭୨ରେ ପହଁଚିିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୧୮୨ଜଣ କ୍ୱାରେନଟାଇନ୍‌ରେ ରହିଥିବା ବେଳେ ୬୯୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୫ଜଣ, ବାଲେଶ୍ୱର ଜିଲ୍ଲାରୁ ୮୧ଜଣ, ବରଗଡ଼ ଜିଲ୍ଲାରୁ ୧୫ଜଣ, ଭଦ୍ରକ ଜିଲ୍ଲାରୁ ୫୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୧ଜଣ, ବୌଦ୍ଧ ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୧୦୯ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୬ଜଣ, ଗଜପତି ଜିଲ୍ଲାରୁ ୭୧ଜଣ, ଗଞ୍ଜାମ ଜିଲ୍ଲାରୁ ୨୬୦ଜଣ, ଗଜତସିଂହପୁର ଜିଲ୍ଲାରୁ ୨୬ଜଣ, ଯାଜପୁର ଜିଲ୍ଲାରୁ ୫୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୪୧ଜଣ, କନ୍ଧମାଳ ଜିଲ୍ଲାରୁ ୩୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୮ଜଣ, କେନ୍ଦୁଝର ଜିଲ୍ଲାରୁ ୨୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯୭ଜଣ, କୋରାପୁଟ ଜିଲ୍ଲାରୁ ୭୭ଜଣ, ମାଲକାନଗିରି ଜିଲ୍ଲାରୁ ୨୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୦ଜଣ, ନୟାଗଡ଼ ଜିଲ୍ଲାରୁ ୧୦୫ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୮୦ଜଣ, ରାୟଗଡ଼ା ଜିଲ୍ଲାରୁ ୯୮ଜଣ, ସମ୍ବଲପୁର ଜିଲ୍ଲାରୁ ୩୬ଜଣ, ସୋନପୁର ଜିଲ୍ଲାରୁ ୨୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧୯ଜଣ ରହିଛନ୍ତି ।
ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍‌ ୫୦୬୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୫୦୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୮୦୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୨୪୩୫୪ଟି ସାମ୍ପୁଲ ଟେଷ୍ଟ୍‌ ହୋଇଛି । ସେହିପରି ୩୦୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Leave A Reply

Your email address will not be published.