ନିଟ୍ ପରୀକ୍ଷା ୬ରୁ ୮ ସପ୍ତାହ ଘୁଞ୍ଚାଇଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ :   ମାର୍ଚ୍ଚ ୧୨ରେ ହୋଇଥାନ୍ତା, ଘୁଞ୍ଚିଲା ନିଟ୍ ପରୀକ୍ଷା । ଏବେ ନୁହେଁ ବରଂ ଆଉ ୬ରୁ ୮ ସପ୍ତାହ ପରେ ପରୀକ୍ଷା ଅନୁଷ୍ଠିତ ହେବ । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାନୁସାରେ, ଛାତ୍ରଛାତ୍ରୀ ପରୀକ୍ଷା ଘୁଞ୍ଚାଇବାକୁ ଦାବି କରୁଥିଲେ । ସେମାନଙ୍କ ଅଭିଯୋଗ ଥିଲା ଯେ, ୨୦୨୧ ନିଟ୍ ପିଜି କାଉନସେଲିଂ ତାରିଖ ଚଳିତ ବର୍ଷର ପରୀକ୍ଷା ତାରିଖ ସହ ସମାନ ଥିଲା । ଏପରିକି ନିଷ୍ପତ୍ତି ବିରୋଧରେ ସୁପ୍ରିମକୋର୍ଟକୁ ମଧ୍ୟ ମାମଲା ଯାଇଥିଲା । ତେବେ ସରକାର ପରୀକ୍ଷାକୁ ସ୍ଥଗିତ ରଖିଛନ୍ତି ।

Leave A Reply

Your email address will not be published.