ଶ୍ରୀନଗର: ଜମ୍ମୁ-କାଶ୍ମୀରର ପୁଲଓ୍ୱାମା ଜିଲ୍ଲାରେ ବୁଧବାର ଦିନ ସେନା ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ବେଳେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଏହି ଏନକାଉଣ୍ଟର ବେଳେ ଜଣେ ସାଧାରଣ ଲୋକ ଆହତ ହୋଇଛନ୍ତି ।ଏଯାବତ୍ ନିହତ ଆତଙ୍କବାଦୀଙ୍କ ପରିଚୟ ମିଳିପାରିନାହିଁ ।ପୋଲିସର ସୂଚନା ମୁତାବକ ପୁଲଓ୍ୱାମା ଜିଲ୍ଲାର ଟିକେନ୍ ଅଞ୍ଚଳରେ ଆତଙ୍କବାଦୀ ମାନେ ଛପି ରହିଥିବା ନେଇ ଖବର ମିଳିବା ପରେ ଆଜି ଭୋର୍ ସମୟରେ ସେନା ପକ୍ଷରୁ ସର୍ଚ୍ଚ ଅପରେସନ୍ ଆରମ୍ଭ କରାଯାଇଥିଲା ।ହେଲେ ଆତଙ୍କବାଦୀଙ୍କ ପକ୍ଷରୁ ପ୍ରଥମେ ଗୁଳିଚାଳନା କରାଯିବା ପରେ ଏହି ସର୍ଚ୍ଚ ଅପରେସନ ଏନକାଉଣ୍ଟରରେ ପରିଣତ ହୋଇଥିଲା । ଯେଉଁଥିରେ ଦୁଇ ଆତଙ୍କବାଦୀ ନିହତ ହୋଇଥିଲେ ।