ନୂଆଦିଲ୍ଲୀ: ସେନାମୁଖ୍ୟ ଜେନେରାଲ୍ ଏମ୍ ଏମ୍ ନରୱାଣେ ତିନି ସେନାର ମୁଖ୍ୟଙ୍କୁ ନେଇ ଗଠିତ ଚିଫ୍ ଅଫ୍ ଷ୍ଟାଫ୍ କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ । ତିନି ସେନା ମୁଖ୍ୟଙ୍କ ମଧ୍ୟରୁ ସବୁଠୁ ବରିଷ୍ଠ ଥିବାରୁ ଜେନେରାଲ୍ ନରୱାଣେଙ୍କୁ ଏହି କମିଟିର ଅଧ୍ୟକ୍ଷ ଦାୟିତ୍ୱ ଦିଆଯାଇଛି ଡିସେମ୍ବର ୮ ତାରିଖରେ ଭାରତୀୟ ବାୟୁସେନା ହେଲିକପ୍ଟର୍ ଦୁର୍ଘଟଣାରେ ଚିଫ୍ ଅଫ୍ ଡିଫେନ୍ସ୍ ଷ୍ଟାଫ୍ ଜେନେରାଲ୍ ବିପିନ ରାୱତ୍ଙ୍କ ବିୟୋଗ ପରେ ଏହି ପଦବୀ ଖାଲି ପଡିଥିଲା । ଚିଫ୍ ଅଫ୍ ଡିଫେନ୍ସ୍ ଷ୍ଟାଫ୍ ପଦବୀ ସୃଷ୍ଟି କରାଯିବା ପୂର୍ବରୁ ତିନି ସେବାର ସବୁଠୁ ବରିଷ୍ଠ ଚିଫ୍ ଅଫ୍ ଷ୍ଟାଫ୍କ ମିଟିର ଅଧ୍ୟକ୍ଷ ହେଉଥିଲେ ।