ନିର୍ବାଚନ ପ୍ରଚାର ବେଳେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆହତ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆହତ । ନିର୍ବାଚନ ପ୍ରଚାର ବେଳେ ଆଜି ତୃଣମୂଳ ନେତ୍ରୀ ଆହତ ହୋଇଛନ୍ତି । ତାଙ୍କ ଗୋଡରେ ଆଘାତ ଲାଗିଥିବାବେଳେ ଏହା ପଛରେ ବିରୋଧୀଙ୍କ ଷଡଯନ୍ତ୍ର ରହିଛି ବୋଲି ମମତା ଅଭିଯୋଗ କରିଛନ୍ତି । ତେବେ କିଛି ଯୁବକ ଜାଣିଶୁଣି ତାଙ୍କୁ ଆଘାତ କରିଥିବା ନେଇ ସେ ଗଣମାଧ୍ୟମରେ ପ୍ରତିକ୍ରିୟା ଦେଇଛନ୍ତି । ହେଲେ ଏହାକୁ ଡରିନଯାଇ ସେ ନିଜର ପ୍ରଚାର ଅଭିଯାନ ଜାରି ରଖିବେ ବୋଲି କହିଛନ୍ତି । ଆଗକୁ ପଶ୍ଚିମବଙ୍ଗରେ ନିର୍ବାଚନ ହେବାକୁ ଅଛି । ଯେଉଁଠି ବିଜେପି-ଟିଏମସି ମଧ୍ୟରେ କଡା ଟକ୍କର ଦେଖିବାକୁ ମିଳୁଛି । ଏଥର ମମତା ନନ୍ଦିଗ୍ରାମରୁ ଇଲେକ୍ସନ ଲଢୁଥିବାବେଳେ ତାଙ୍କ ବିପକ୍ଷରେ ପ୍ରାର୍ଥୀ ସାଜିଛନ୍ତି ଶୁଭେନ୍ଦୁ ଅଧିକାରୀ । ଶୁଭେନ୍ଦୁ ଟିଏମସି ଛାଡି ବିଜେପିରେ ଯୋଗ ଦେଇଥିବାରୁ ମମତା ଏଠି ପ୍ରଚାର ଅଭିଯାନ ଜୋରଦାର କରିଛନ୍ତି । ହେଲେ ଏସବୁ ଭିତରେ ମମତାଙ୍କ ଆହତ ହେବା ପଶ୍ଚିମବଙ୍ଗ ରାଜନୀତିକୁ ସରଗରମ କରିଛି ।

Leave A Reply

Your email address will not be published.