ଆଇଟି ରେଡରୁ ତାପସୀଙ୍କ ଘରୁ କ’ଣ ମିଳିଲା

ମୁମ୍ବାଇ: ବୁଧବାର ଚଳଚ୍ଚିତ୍ର ନିର୍ମାତା ତଥା ନିର୍ଦ୍ଦେଶକ ଅନୁରାଗ କାଶ୍ୟପ ଏବଂ ଅଭିନେତ୍ରୀ ତାପସୀ ପନ୍ନୁଙ୍କ ଘର ଓ ଅଫିସରେ ଆୟକର ବିଭାଗ ଚଢ଼ଉ କରିଥିଲା । ପ୍ରାୟ ରାତି ପର୍ଯ୍ୟନ୍ତ ଏହି ଚଢ଼ଉ ଚାଲିଥିଲା । ଏମିତିକି ରାତି ପ୍ରାୟ ୧୧ ଟା ସମୟରେ ଅନୁରାଗ ଓ ତାପସୀଙ୍କୁ ପଚରାଉଚରା କରିଥିଲା । ଆୟକର ବିଭାଗର ଏହି ରେଡ୍ ଗୋଟିଏ ଦିନରେ ହିଁ ସରିନାହିଁ । ଗୁରୁବାର ଦିନ ତମାମ ଏହି ରେଡ୍ ଚାଲିବ ବୋଲି ଆଶଙ୍କା କରାଯାଉଛି ।

ଆୟକର ବିଭାଗ ପକ୍ଷରୁ ଏହି ରେଡ୍ କେବଳ ତାପସୀ ଓ ଅନୁରାଗଙ୍କ ଘରେ ହୋଇନଥିଲା । ତାଙ୍କ ଘର ବ୍ୟତୀତ ଆଉ ଚାରୋଟି କମ୍ପାନୀ ଉପରେ ମଧ୍ୟ ରେଡ୍ କରାଯାଇଥିଲା । ଫାଣ୍ଟମ ଫିଲ୍ମସ୍, କ୍ୱାନ୍, ଏକ୍ସିଡ୍, ରିଲାଏନ୍ସ ଏଣ୍ଟରଟେନମେଣ୍ଟ ଭଳି ସଂସ୍ଥା ଉପରେ ମଧ୍ୟ ଚଢ଼ଉ ହୋଇଛି । ତାପସୀ ଏବଂ ଅନୁରାଗ ଘର ବ୍ୟତୀତ ମଧୁ ମନଟେନା, ବିକାଶ ବହଲ ଏବଂ ଅନ୍ୟମାନଙ୍କ ଘରେ ମଧ୍ୟ ଆୟକର ବିଭାଗ ଚଢ଼ଉ କରିଛି । ହେଲେ ଅନୁରାଗ ଏବଂ ତାପସୀଙ୍କ ଘର ଉପରେ ଅଧିକ ଫୋକସ୍ ରହିଥିଲା ।

Leave A Reply

Your email address will not be published.