ମିହିର ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ମିହିର ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦି ଟ୍ୱିଟ କରି ଦୁଃଖ ପ୍ରକାଶ କରିବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି । ମିହିର ଦାସ ତାଙ୍କ କ୍ୟାରିୟରରେ ଅଭିନୟରେ ଅନେକଙ୍କ ହୃଦୟ ଜିତିଛନ୍ତି । ତାଙ୍କ ବିୟୋଗରେ କଳା କ୍ଷେତ୍ରରେ ଏକ ଅପୂରଣୀୟ କ୍ଷତି ହୋଇଛି । ଏଥିସହ ତାଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିସହିତ ମିହିର ଦାସଙ୍କ ମୃତ୍ୟୁରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି । ସୂଚନା ଅନୁସାରେ ଚିକିତ୍ସାଧୀନ ଅବସ୍ଥାରେ କଟକର ଏକ ଘରୋଇ ହସ୍ପିଟାଲରେ ଗତକାଲି ତାଙ୍କର ବିୟୋଗ ହୋଇଥିଲା ।

Leave A Reply

Your email address will not be published.