ପଦ୍ମଶ୍ରୀ ଧର୍ମପାଲ ଗୁଲାଟିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଭୁବନେଶ୍ୱର,(ଏସ୍‌ଏନ୍ୟୁଜ): ପଦ୍ମଶ୍ରୀ ଧର୍ମପାଲ ଗୁଲାଟିଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏମଡିଏଚ ଗ୍ରୁପ ମାଲିକ ମହାଶୟ ଧର୍ମପାଲ ଗୁଲାଟୀଙ୍କ ପରଲୋକ ହୋଇଛି । ୯୮ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛି ମସଲା କିଙ୍ଗ । କିଛିଦିନ ହେବ ସେ ଅସୁସ୍ଥ ହୋଇ ମାତା ଚନ୍ନନ ଦେବୀ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ତାଙ୍କ ମୃତ୍ୟୁରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ମଧ୍ୟ ଦୁଃଖ ପ୍ରକାଶ କରିଛନ୍ତି  ।

ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମଶ୍ରୀ ଧର୍ମପାଲ ଗୁଲାଟିଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି । ଟ୍ୱିଟ୍ କରି ନିଜର ଶୋକ ବ୍ୟକ୍ତ କରିବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.