ପୁଣି କରୋନା ନେଲା ୧୩ ଜୀବନ

ଭୁବନେଶ୍ୱର,(ଏସ୍‌ଏନ୍ୟୁଜ):ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଏହା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି । ମଙ୍ଗଳବାର ପୁଣି ନୂଆ ୧୩ ଜଣ କରୋନା ରୋଗୀଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ମୃତକଙ୍କ ମଧ୍ୟରେ ପୁରୀରୁ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଗଞ୍ଜାମ, ରାୟଗଡା ଓ ମୟୂରଭଞ୍ଜରେ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ୱର, କଟକ, କନ୍ଧମାଳ ଓ ସୋନପୁରରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Leave A Reply

Your email address will not be published.