ପ୍ରମୋଦଙ୍କ ବିଜୟ ‘ସ୍ୱର୍ଣ୍ଣିମ ମୁହୂର୍ତ୍ତ’ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: (ଏସ. ନ୍ୟୁଜ୍‌): ଟୋକିଓ ପାରା ଅଲମ୍ପିକ୍ସରେ ଓଡ଼ିଆ ପୁଅ ପ୍ରମୋଦ ଭଗତ ଦେଶ ପାଇଁ ଆଣିଛନ୍ତି ସ୍ୱର୍ଣ୍ଣ ପଦକ । ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରମୋଦଙ୍କ ସହ କଥା ହୋଇ ଶୁଭେଚ୍ଛା ଜଣାଇଛନ୍ତି । କ୍ରୀଡ଼ାର ଉନ୍ନତି ପାଇଁ ରାଜ୍ୟ ସରକାର ସହଯୋଗ ଯୋଗାଇ ଦେଉଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରମୋଦ ଧନ୍ୟବାଦ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୋଦଙ୍କ ବିଜୟକୁ ‘ସ୍ୱର୍ଣ୍ଣିମ ମୁହୂର୍ତ୍ତ’ ବୋଲି କହିଛନ୍ତି । ପ୍ରମୋଦଙ୍କ ସଫଳତା ଦେଶବାସୀଙ୍କୁ ଖୁସି କରିଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ପାରା ବ୍ୟାଡମିଣ୍ଟନରେ ଦେଶର ପ୍ରଥମ ସ୍ୱର୍ଣ୍ଣ ପଦକ ଜିତିଥିବା ଓଡ଼ିଶାର ପ୍ରତିଭା ପ୍ରମୋଦ ଭଗତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଲେଖିଛନ୍ତି, ‘ତୁମ ସଫଳତା ସାରା ଦେଶକୁ ଗୌରବାନ୍ୱିତ କରିଛି ।ଆଗାମୀ ଦିନରେ ତୁମର ଆହୁରି ଉଜ୍ଜ୍ଵଳ ଭବିଷ୍ୟତ କାମନା କରୁଛି ।’

Leave A Reply

Your email address will not be published.