ମମିତା ମେହେର ହତ୍ୟାକାଣ୍ଡରେ ଜାତୀୟ ମହିଳା କମିଶନଙ୍କ ହସ୍ତକ୍ଷେପ : ଗୃହ ରାଷ୍ଟ୍ରମନ୍ତ୍ରୀଙ୍କୁ ବହିଷ୍କାର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଡିଜିପିଙ୍କୁ ଚିଠି

ଭୁବନେଶ୍ୱର:(ଏସ. ନ୍ୟୁଜ୍‌): କଳାହାଣ୍ଡି ସନସାଇନ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡରେ ହସ୍ତକ୍ଷେପ କରିଛନ୍ତି ଜାତୀୟ ମହିଳା କମିଶନ । ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ହସ୍ତକ୍ଷେପ ଲୋଡିଛନ୍ତି ମହିଳା କମିଶନ ଅଧ୍ୟକ୍ଷା ରେଖା ଶର୍ମା । ମମିତା ମେହେର ହତ୍ୟା ମାମଲାରେ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ନାମ ଆସୁଥିବା ବେଳେ ମନ୍ତ୍ରୀଙ୍କୁ ବହିଷ୍କାର କରିବା ପାଇଁ ଚିଠି ଲେଖିଛନ୍ତି ରେଖା ଶର୍ମା । ମନ୍ତ୍ରୀଙ୍କୁ ବହିଷ୍କାର କରିବା ସହିତ ତଦନ୍ତ ପ୍ରକ୍ରିୟା ସୂଚାରୁ ରୂପରେ କରିବା ପାଇଁ କହିଛନ୍ତି ଏନସିଡବ୍ଲ୍ୟୁ ଅଧ୍ୟକ୍ଷା । ଏହା ସହିତ ଓଡ଼ିଶା ଡିଜିପିଙ୍କୁ ମଧ୍ୟ ଚିଠି ଲେଖିଛନ୍ତି ମହିଳା କମିଶନ । ତୁରନ୍ତ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମହିଳା କମିଶନ । ଏହା ସହିତ ମମିତାଙ୍କ ପରିବାରକୁ ଆବଶ୍ୟକ ସୁରକ୍ଷା ପ୍ରଦାନ ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

Leave A Reply

Your email address will not be published.