ପୁଣି ଗରିବଙ୍କୁ ମିଳିବ୪ ମାସ ରାସନ: ନବୀନଙ୍କ ପ୍ରସ୍ତାବକୁ କେନ୍ଦ୍ରର ମୋହର,

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଦାସର୍ବଦା ଗରିବଙ୍କ ସାଥେ ସାଥେ ଥାଆନ୍ତି । କିଛି ଦିନ ତଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରସ୍ତାବ ଆସିଥିଲା କି ଆଉ ଗରିବଙ୍କୁ ମାଗଣାରେ ଖାଦ୍ୟ ସାମଗ୍ରୀ ମିଳିବନାହିଁ । କେନ୍ଦ୍ର ସରକାର ଗରିବ କଲ୍ୟାଣ ଅନ୍ନ ଯୋଜନା ବନ୍ଦ କରିଦେବା କଥା ଉଠିଥିଲା । ନଭେମ୍ବର ୫ରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଷ୍ଟେଜ-ଥ୍ରୀ ଶେଷ ହୋଇଥିଲା । ମାତ୍ର ।ଉ ୮ ମାସ ଯୋଜନା ଜାରି ରଖିବା ସହ ରାସନ ଯୋଗାଇବାକୁ ଗତ ରବିବାର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ ନବୀନ ପଟ୍ଟନାୟକ ।

ମୁଖ୍ୟମନ୍ତ୍ରୀ ଦେଇଥିବା ପ୍ରସ୍ତାବକୁ ମୋହର ମାରିଛି କେନ୍ଦ୍ର କ୍ୟାବିନେଟ । ଆଉ ୪ମାସ ଜାରି ରହିବ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା । ପୁଣି ୪ ମାସ ରାସନ ଯୋଗାଇବେ କେନ୍ଦ୍ର ସରକାର । ୨୦୨୨ ମାର୍ଚ୍ଚ ଯାଏ ଗରିବଙ୍କୁ ମିଳିବ ମାଗଣା ରାସନ ।

କେନ୍ଦ୍ର ସରକାର ଏହି ଯୋଜନାକୁ ଆଉ ୪ ମାସ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । କରୋନା ସଂକଟ ଟଳିନଥିବାବେଳେ ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗିଯାଇଛି । ତେଣୁ ଗରିବଙ୍କ ପେଟପାଟଣା କଥା ଚିନ୍ତା କରି ମୁଖ୍ୟମନ୍ତ୍ରୀ ମାଗଣା ରାସନ ଯୋଗାଇବାକୁ ପ୍ରସ୍ତାବ ଦେଇଥିଲେ । ଯାହାକୁ କଂଗ୍ରେସ ମଧ୍ୟ ସମର୍ଥନ କରିଥିଲା । ଗରିବ କଲ୍ୟାଣ ଯୋଜନାରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଆଇନ ଜରିଆରେ ମୁଣ୍ଡ ପିଛା ୫କିଲୋ ଚାଉଳ ଓ ଏକ କିଲୋ ଡାଲି ମାଗଣାରେ ଦିଆଯାଉଛି ।

Leave A Reply

Your email address will not be published.