ଭୁବନେଶ୍ୱର,(ଏସ୍.ନ୍ୟୁଜ): ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରିର ବର୍ଷିଆନ କଳାକାର ତଥା ବରିଷ୍ଠ ଅଭିନେତା ମିହିର ଦାସଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିଛି । ସେ ଏବେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ପୂର୍ବରୁ କିଡନୀ ରୋଗରେ ଆକ୍ରାନ୍ତ ଥିବା ମିହିର ଦାସଙ୍କୁ ଗତ ୭ ତାରିଖରେ ମେଡିକାଲରେ ଭର୍ତି କରାଯାଇଥିଲା । ଗୁରୁତର ହେବା ପରେ ତାଙ୍କୁ ଆଇସିୟୁରେ ଭର୍ତି କରାଯାଇଛି । ତାଙ୍କୁ ଭେଂଟିଲେଟର ସପୋର୍ଟରେ ଚିକିତ୍ସା କରାଯାଉଛି । ତାଙ୍କ ଅବସ୍ଥା ସ୍ଥିର ଥିଲେ ମଧ୍ୟ ସଂକଟାପର୍ଣ୍ଣ ରହିଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି । ମିହିର ଦାସଙ୍କ ଦୁଇଟି ଯାକ କିଡନୀ ସମ୍ପୁର୍ଣ୍ଣ ନଷ୍ଟ ହୋଇଯାଇଛି । ସପ୍ତାହରେ ତିନି ଥର ଡାଏଲିସସ କରାଯାଉଛି ।