ଝିଅକୁ ହତ୍ୟା କରିବା ପରେ ମାଆ ଆତ୍ମହତ୍ୟା ଉଦ୍ୟମ : ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ

ଭୁବନେଶ୍ୱର,(ଏସ୍‌.ନ୍ୟୁଜ): ସୁନ୍ଦରଗଡ ଜିଲ୍ଲା ହେମଗିରି ଥାନା ଅନ୍ତର୍ଗତ କଲାମେଘାରେ ଘଟିଛି ଏକ ଅଭାବନୀୟ ଘଟଣା । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି । ଘଟଣାରୁ ଜଣାପଡିଛି କି, ପାରିବାରିକ କହଳ କାରଣରୁ ଝିଅକୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ନାବାଳିକା ଝିଅକୁ ହତ୍ୟା କରିବା ପରେ ମାଆ ଆତ୍ମହତ୍ୟା ଉଦ୍ୟମ କରିଛି । ଗୁରୁତର ଅବସ୍ଥାରେ ମାଆଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ନିଜର ୧୭ ବର୍ଷର ଝିଅକୁ ଶିଳପୁଆରେ ଛେଚି ମାଆ ହତ୍ୟା କରିବା ପରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ହତ୍ୟାର ପ୍ରକୃତ କାରଣ ଅସ୍ପଷ୍ଟ ଥିବାବେଳେ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି । ମାଆ ସୁସ୍ଥ ହେଲା ପରେ ପ୍ରକୃତ କାରଣ ଜଣାପଡ଼ିବ ବୋଲି ଏସପି କହିଛନ୍ତି ।

Leave A Reply

Your email address will not be published.