ପ୍ରଥମରୁ ପଞ୍ଚମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର: ନୂଆ ବର୍ଷରୁ ପାଠପଢ଼ିବାକୁ ସ୍କୁଲକୁ ଯିବେ

ଭୁବନେଶ୍ୱର,(ଏସ୍‌.ନ୍ୟୁଜ): ପ୍ରଥମରୁ ୫ମ ଶ୍ରେଣୀ ପିଲାଙ୍କ ପାଇର୍ ଖୁସିର ଖବର । ନୂଆବର୍ଷରୁ ଏହିସବୁ ଶ୍ରେଣୀର ପିଲାମାନେ ପାଠପଢ଼ିବାକୁ ସ୍କୁଲକୁ ରୀତିମତ ଯିବେ । ଏ ନେଇ ଆଜି ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାସ । ସାରା ରାଜ୍ୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏଁ ଥିବା ପ୍ରାୟ ୨୭ ହଜାର ବିଦ୍ୟାଳୟକୁ ଜାନୁୟାରୀ ୩ରୁ ଖୋଲିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି ।

କରୋନାର ସମସ୍ତ ଗାଇଡ ଲାଇନକୁ ମାନି କ୍ଲାସ ରୁମରେ ପଢ଼ିବେ ପ୍ରଥରୁ ପଞ୍ଚମ ଶ୍ରେଣୀର ଛାତ୍ରଛାତ୍ରୀ । ଷଷ୍ଠରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ଥିବା ଗାଇଡ ଲାଇନ ଅନୁସାରେ ଖୋଲିବ ପ୍ରଥମରୁ ପଞ୍ଚମ ଶ୍ରେଣୀ । ଯେଉଁ ବିଦ୍ୟାଳୟରେ ଦଶମ ଶ୍ରେଣୀ ନିମନ୍ତେ ୫ରୁ ୮ ପର୍ଯ୍ୟନ୍ତ ସମେଟିଭ ପରୀକ୍ଷା ହେବାର ଅଛି, ସେହି ବିଦ୍ୟାଳୟ ୧୦ ଜାନୁୟାରୀରୁ ଖୋଲିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ସକାଳ ୯ରୁ ୧୨ ପର୍ଯ୍ୟନ୍ତ ବିଦ୍ୟାଳୟ ଖୋଲିବା ପାଇଁ ନିଷ୍ପତ୍ତି ନିଆଯାଇଛି । ମଧ୍ୟାହ୍ନ ଭୋଜନ ଯୋଜନା ଅନ୍ତର୍ଗତ ଶୁଖିଲା ଖାଦ୍ୟ ଯୋଗାଣ କାର୍ଯ୍ୟକ୍ରମ ଅନ୍ୟ ଆଦେଶ ପ୍ରାପ୍ତ ପର୍ଯ୍ୟନ୍ତ ପୂର୍ବ ପରି ଜାରି ରହିବ । ବିଦ୍ୟାଳୟ ଖୋଲିବା ପାଇଁ ସ୍ଥିରୀକୃତ ଏସଓପି ବିଭାଗ ଦ୍ୱାରା ସୂଚିତ କରାଯିବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ।

Leave A Reply

Your email address will not be published.