ପୂର୍ବତନ ମନ୍ତ୍ରୀ ଦୁର୍ଯ୍ୟୋଧନ ମାଝୀଙ୍କ ପରଲୋକ

ଭୁବନେଶ୍ୱର,(ଏସ୍‌.ନ୍ୟୁଜ):ଖଡିଆଳ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ବରିଷ୍ଠ ନେତା ଏବଂ ପୂର୍ବତନ ମନ୍ତ୍ରୀ ଦୁର୍ଯ୍ୟୋଧନ ମାଝୀ ପରଲୋକ ଗମନ କରିଛନ୍ତି । ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୪ବର୍ଷ ହୋଇଥିଲା । ସ୍ୱର୍ଗତଃ ମାଝୀ ନୂଆପଡା ଜିଲ୍ଲା ଖଡିଆଳ ନିର୍ବାଚନ ମଣ୍ଡଳୀରୁ ୫ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।

ସେ ୧୯୯୦ରୁ ୨୦୧୯ ପର୍ଯ୍ୟନ୍ତ କ୍ରମାଗତ ବିଧାୟକ ରହିଥିଲେ । ପ୍ରଥମେ ସ୍ୱର୍ଗତଃ ବିଜୁ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ଜନତା ଦଳରୁ ୧୯୯୦ରେ ଖଡିଆଳରୁ ସେ ବିଧାନସଭାକୁ ଆସିଥିଲେ । ଏହାପରେ ପୁଣି ୧୯୯୫ରେ ସେଠାରୁ ଜନତା ଦଳ ଟିକଟରେ ନିର୍ବାଚିତ ହୋଇଥିଲେ । ପରେ ବିଜୁ ଜନତା ଦଳରେ ଯୋଗଦାନ କରି ସେ ୨୦୦୦ରୁ ୨୦୧୪ ପର୍ଯ୍ୟନ୍ତ ବିଧାୟକ ରହିଥିଲେ । ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ସରକାରରେ ସେ ୨୦୦୦ରେ ଏବଂ ୨୦୦୬ ମସିହାରେ ଦୁଇ ଥର ମନ୍ତ୍ରୀ ମଧ୍ୟ ରହିଥିଲେ ।

୨୦୧୪ ମସିହାରେ ସେ ବିଜୁ ଜନତା ଦଳରୁ ଇସ୍ତଫା ଦେଇ ଭାରତୀୟ ଜନତା ପାର୍ଟିରେ ଯୋଗଦାନ କରିଥିଲେ । ସେହିବର୍ଷ ବିଧାନସଭା ନିର୍ବାଚନ?ରେ ଭାରତୀୟ ଜନତା ପାର୍ଟିରୁ ଲ?ି ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୨୦୧୯ ସାଧାରଣ ନିର୍ବାଚନରେ ବିଜେପି ପକ୍ଷରୁ ତାଙ୍କୁ ଦଳୀୟ ଟିକେଟ ନ ମିଳିବାରୁ ସେ ଦଳରୁ ଇସ୍ତଫା ଦେଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣି ବିଜୁ ଜନତା ଦଳକୁ ଫେରି ଆସିଥିଲେ ।

Leave A Reply

Your email address will not be published.