ଘନ କୁହୁଡି ପାଇଁ ୮ ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ୱର,(ଏସ୍‌.ନ୍ୟୁଜ): ଘନ କୁହୁଡି ପାଇଁ ୮ ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ରାଜ୍ୟର ଅଧିକାଂଶ ଜିଲ୍ଲାରେ ରାତି ୧୦ ରୁ ସକାଳ ୧୦ ପର୍ଯ୍ୟନ୍ତ କମିବ ଦୃଶ୍ୟମାନ କ୍ଷମତା ଏବଂ ଘନ କୁହୁଡି ହେବ । ବାୟୁମଣ୍ଡଳର ସ୍ଥିରତା ଏବଂ ପ୍ରଚୁର ପରିମାଣର ଜଳୀୟବାଷ୍ପ ଉପସ୍ଥିତି ପାଇଁ ଏଭଳି ପରିସ୍ଥିତି ସୃଷ୍ଟି ହେବ । ବିଶେଷ କରି ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳ ଏବଂ କେନ୍ଦୁଝର ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ସେହିପରି ୨୬ ତାରିଖରେ ୧୦ ଟି ଜିଲ୍ଲା କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ଖୋର୍ଦ୍ଧା ଏବଂ କଟକ କୁ ଘନ କୁହୁଡି ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଘନ କୁହୁଡି ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସଆରସି । ଘନ କୁହୁଡ଼ିରେ ଗାଡ଼ି ଚାଳନା ଉପରେ ସତର୍କ ନଜର ରଖିବା ସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବିଶେଷ କରି କୁହୁଡି ସମୟରେ ପୋଲିସ ଏବଂ ପରିବହନ ବିଭାଗ ଦୁର୍ଘଟଣା ରୋକିବା ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଛି ।

Leave A Reply

Your email address will not be published.