ଶିକ୍ଷାନୁଷ୍ଠାନ ଖୋଲିବା ଆଗରୁ ହଷ୍ଟେଲ୍ ଖୋଲିବ

ଭୁବନେଶ୍ୱର : ରାଜ୍ୟରେ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ, ଡିଗ୍ରୀ କଲେଜ ଓ ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନ ଗୁଡ଼ିକୁ ୬ ତାରିଖରୁ ହଷ୍ଟେଲ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୭ ତାରିଖରୁ ରାଜ୍ୟର ସବୁ ଉଚ୍ଚ ଶିକ୍ଷାନୁଷ୍ଠାନରେ କ୍ଲାସରୁମ୍ ପାଠପଢ଼ା ଆରମ୍ଭ ହେବ।  ଆଜି ଏନେଇ ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି, ଡିଗ୍ରୀ କଲେଜ ଓ ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନର ଅଧ୍ୟକ୍ଷମାନଙ୍କୁ ଚିଠି ଲେଖିଛନ୍ତି।

କରୋନା ସଂକ୍ରମଣ ମାମଲା ହ୍ରାସ ପାଉଥିବାରୁ ସରକାର ଶିକ୍ଷାନୁଷ୍ଠାନରେ ପାଠପଢ଼ା ସ୍ୱାଭାବିକ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସେଥିପାଇଁ ୭ ତାରିଖରୁ ଅଷ୍ଟମ ଶ୍ରେଣୀ ଓ ତଦୁର୍ଦ୍ଧ୍ୱ ଶ୍ରେଣୀର ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେଥିରେ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟ ଓ କଲେଜ ମଧ୍ୟ ରହିଛି। ସେହିପରି ଫେବ୍ରୁଆରୀ ୧୪ତାରିଖରୁ କେଜିରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ସ୍କୁଲ ଖୋଲିବ।

Leave A Reply

Your email address will not be published.