ରାଜ୍ୟରେ ୨୪ ଘଣ୍ଟାରେ ବର୍ଷା ସମ୍ଭାବନା

୬ ଜିଲ୍ଲାକୁ ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର : ରାଜ୍ୟରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି । ପାଗ ମୁଖ୍ୟତଃ ଏବେ ଶୁଖିଲା ରହିଛି । ହେଲେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୬ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଉକ୍ତ ୬ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।  କନ୍ଧମାଳ, ନୟାଗଡ, ଗଜପତି, ଗଞ୍ଜାମ, କଟକ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ବର୍ଷା ହୋଇପାରେ ।

ଏଥିସହିତ ଦକ୍ଷିଣ ଉପକୂଳ ଓଡିଶାରେ ମଧ୍ୟମ ଧରଣର କୁହୁଡି ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।  ଗତ ୨୪ ଘଣ୍ଟା ପରେ ସୁନ୍ଦରଗଡ, ଝାରସୁଗୁଡା, ଦେଓଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲ୍ଲାରେ ମଧ୍ୟ ହାଲକା ବର୍ଷା ହୋଇପାରେ । ତେବେ ରାଜ୍ୟରେ ଏଭଳି ପାଗ ଆସନ୍ତା ୨୧ ତାରିଖ ଯାଏଁ ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆଶଙ୍କା କରାଯାଇଛି ।

Leave A Reply

Your email address will not be published.