କାଳବୈଶାଖୀ ସମ୍ଭାବନା, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର କିଛି ଅଞ୍ଚଳରେ ଘଡଘଡି ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । 

ଉତ୍ତର ଓଡିଶାର ଜିଲ୍ଲାଗୁଡିକର କିଛି ସ୍ଥାନରେ ଓ ଦକ୍ଷିଣ ଓଡିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ, ଦେବଗଡ, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର ଆଦି ୧୧ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଏନେଇ ଉକ୍ତ ଜିଲ୍ଲାଗୁଡିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୨୬ ତାରିଖ ଦିନ ମଧ୍ୟ ଉପକୂଳ ଓଡିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ ଓ କନ୍ଧମାଳ ଆଦି ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ।

Leave A Reply

Your email address will not be published.