୬ ତାରିଖ ବେଳକୁ ବର୍ଷା ହେବାର ସମ୍ଭାବନା – ପାଣିପାଗ ବିଭାଗ

ଭୁବନେଶ୍ୱର : ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ଅଞ୍ଚଳ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପୂର୍ବାନୁମାନ କରିଛି। ୬ ଅପ୍ରେଲ ୨୦୨୨ ବେଳକୁ ଦକ୍ଷିଣ ଆଣ୍ଡମାନ ସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି ଯାହା ପ୍ରଭାବରେ ପରବର୍ତୀ ୨୪ଘଣ୍ଟା ମଧ୍ୟରେ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ରାଜ୍ୟର ଅନେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। “କେଉଁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ରାୟାଗଡା, ଗଜପତି, କୋରାପୁଟ, ମାଲକାନଗିରିରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ଏବଂ ଓଡ଼ିଶାର ଅବଶିଷ୍ଟ ଜିଲ୍ଲାମାନଙ୍କରେ ଏକ କିମ୍ବା ଦୁଇଟି ସ୍ଥାନରେ ହାଲୁକା ରୁ ମଧ୍ୟମ ବର୍ଷା / ବଜ୍ରପାତ ହେବାର ସମ୍ଭାବନା ଅଧିକ ।  ସେହିଭଳି, ଉତ୍ତର ଉପକୂଳ ଓଡ଼ିଶାର ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟାଗଡା, କନ୍ଧମାଳ, ମୟୂରଭଞ୍ଜ, କେଉଁଝର ଏବଂ ବାକି ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

Leave A Reply

Your email address will not be published.