୨ ଦିନ ପାଇଁ ୧୧ଜିଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି

ଝଡ଼ବର୍ଷା ଓ ବଜ୍ରପାତ ସମ୍ଭାବାନ!

ଭୁବନେଶ୍ବର: ୨ ଦିନ ପାଇଁ ପାଣିପାଗ ବିଭାଗ ପକ୍ଷରୁ ଝଡ଼ବର୍ଷା ଓ ବଜ୍ରପାତ ନେଇ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ଝଡ଼ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଥିବାରୁ ଏସବୁ ଜିଲାଗୁଡ଼ିକ ପାଇଁ ୨ ଦିନ ଲାଗି ୱେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆଜି କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲାରେ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ଏପ୍ରିଲ ୧୦ରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ କେନ୍ଦୁଝରରେ ଝଡ଼ବର୍ଷା ସମ୍ଭାବନା ରହିଥିବାରୁ ଏସବୁ ଜିଲାଗୁଡ଼ିକ ପାଇଁ ସତର୍କ ସୂଚନା ଜାରି କରାଯାଇଛି।

Leave A Reply

Your email address will not be published.