ପୁଣି ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମାସେ ତଳେ ତିନି ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ପୁଣିଥରେ ପାଞ୍ଚ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି । ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ଦିନିକିଆ ସମ୍ମିଳନୀରେ ଯୋଗ ଦେବାଲାଗି ମୁଖ୍ୟମନ୍ତ୍ରୀଙ୍କ ଏହି ଦିଲ୍ଲୀ ଗସ୍ତ କାର୍ଯ୍ୟକ୍ରମ ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ଦିନ ସାଢ଼େ ୧ଟାରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦରରୁ ନୂଆଦିଲ୍ଲୀ ଅଭିମୁଖେ ବାହାରିବେ । ଏପ୍ରିଲ ୩୦ ତାରିଖ ପୂର୍ବାହ୍ଣ ୧୦ଟାରେ ନୂଆଦିଲ୍ଲୀର ବିଜ୍ଞାନ ଭବନ ପରିସରରେ ଅନୁଷ୍ଠିତ ହେବାକୁ ଥିବା ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ମିଳିତ ସମ୍ମିଳନୀରେ ସେ ଯୋଗଦେବେ । ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ସୁପ୍ରିମକୋର୍ଟ ମୁଖ୍ୟବିଚାରପତି ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ମେ’ ୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କର କୌଣସି ସରକାରୀ କାର୍ଯ୍ୟକ୍ରମ ନଥିବାବେଳେ ୨ ତାରିଖରେ ସେ ଭାରତ ସରକାରଙ୍କ ଅନୁମତି ଅପେକ୍ଷାରେ ପଡ଼ି ରହିଥିବା ଓଡ଼ିଶାର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବେ ବୋଲି ଜଣାପଡ଼ିଛି । ୩ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିବେ ବୋଲି ଜଣାପଡ଼ିଛି ।

Leave A Reply

Your email address will not be published.