ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ଅନୁଭୂତ

ଭୁବନେଶ୍ୱର:  ରାଜ୍ୟର କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ହଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହୋଇଛି । ସର୍ବାଧିକ ବର୍ଷା କଳାହାଣ୍ଡି ଜିଲ୍ଲାର ଧର୍ମଗଡ଼ରେ 10.0 ମିମି ରେକର୍ଡ ହୋଇଛି । ଗତ 24 ଘଣ୍ଟାରେ ସର୍ବାଧିକ ଦିନ ତାପମାତ୍ରା ଟିଟିଲାଗଡ଼ରେ  42.2 ଡିଗ୍ରୀ ସେଲ୍ସିୟସ ରେକର୍ଡ ହୋଇଥିବା ବେଳେ ଭୁବନେଶ୍ୱରରେ 35.5 ଡିଗ୍ରୀ ରେକର୍ଡ କରାଯାଇଛି । ଆସନ୍ତା 24 ଘଣ୍ଟା ରେ ସୁନ୍ଦରଗଡ, ଦେଓଗଡ଼,କେଉଁଝର, ମୟୁରଭଞ୍ଜ,ଅନୁଗୁଳ, କୋରାପୁଟ,ଢେଙ୍କାନାଳ, ନବରଙ୍ଗପୁର,ମାଲକାନଗିରି ଆଦି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି  ।

ଏଥିସହ 6  ଜିଲ୍ଲା ପାଇଁ ୟଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି 17 ତାରିଖରେ ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାରେ 9 ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।  18 ରେ 12 ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ।  19  ତାରିଖରେ 17  ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ସ୍ୱାଭାବିକ ତାପମାତ୍ରା ପାଖାପାଖି ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.