ଘୁଂଚିଲା ପ୍ରଯୋଜକ ଟୁଟୁ ନାୟକଙ୍କ ଜାମିନ ଶୁଣାଣି , ୮ରେ ହେବ ଶୁଣାଣି

ପ୍ରଯୋଜକ ଟୁଟୁ ନାୟକଙ୍କ ଜାମିନ ଶୁଣାଣି ଘୁଂଚିଲା। ୮ ତାରିଖରେ ହେବ ଜାମିନ ଆବେଦନ ଶୁଣାଣି। ଗତ ଶନିବାର ଜାମିନ ଆବେଦନ ଶୁଣାଣୀକୁ ସଂରକ୍ଷିତ ରଖିଥିଲେ କୋର୍ଟ । SDJM କୋର୍ଟରେ ଜାମିନ ନେଇ ପୁନଃ ଶୁଣାଣି ହେବ। ୧୪ ଦିନିଆ ବିଚାର ବିଭାଗୀୟ ହାଜତରେ ଅଛନ୍ତି ଟୁଟୁ ନାୟକ। ଦଫା ୩୫୪, ୩୪୧, ୩୨୩, ୨୯୪ ରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଛି।

‘ପ୍ରଥା’ ଫିଲ୍ମର ପ୍ରିମିୟର ବେଳେ ଶ୍ରୀୟା ସ୍ବାତି କଂପ୍ଲେକ୍ସ ଭିତରେ ଘଟିଥିଲା ଘଟଣା। ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିବା ନେଇ ଖାରବେଳନଗର ଥାନାରେ ହୋଇଥିଲା ମାମଲା । ଘଟଣାର ତଦନ୍ତ କରି ଟୁଟୁଙ୍କୁ ଗିରଫ କରିଥିଲା ପୋଲିସ।

Leave A Reply

Your email address will not be published.