ରାଜନୈତିକ ରାଲିରେ ଯୋଗ ଦେଇ ଚାକିରିରୁ ନିଲମ୍ବିତ ହେଲେ କିରାଣୀ

ରାଜନୈତିକ ରାଲିରେ ସାମିଲ ଅଭିଯୋଗରେ ପୁଣି ଜଣେ କିରାଣୀ ନିଲମ୍ବିତ। ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଲମ୍ବସରୀ ଗାଁର ରାଧାମାଧବ ହାଇସ୍କୁଲ କନିଷ୍ଠ ସହକାରୀ କିରାଣୀ ସତ୍ୟନାରାୟଣ ଦନ୍ତା ନିଲମ୍ବିତ ହୋଇଛନ୍ତି। ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ଶୋଭାଯାତ୍ରାରେ ସାମିଲ ହୋଇଥିବା ଅଭିଯୋଗ ହେବାପରେ ଏହାର ତଦନ୍ତ ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ଏହି ତଦନ୍ତ ପରେ ତାଙ୍କୁ ନିଲମ୍ବନ କରିଛନ୍ତି ବୌଦ୍ଧ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଜେ. ସୋନାଲ।

ବାରମ୍ବାର ତାଗିଦ ସତ୍ତ୍ବେ ବୌଦ୍ଧ ଜିଲ୍ଲାରେ ଜଣଙ୍କ ପରେ ଜଣେ ସରକାରୀ କର୍ମଚାରୀ ରାଜନୈତିକ ରାଲି ଓ କାର୍ଯ୍ୟକ୍ରମ ଆଦିରେ ସାମିଲ ହେଉଥିବା ଦେଖାଯାଉଛି । ପୂର୍ବରୁ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ଆଦିବାସୀ ହାଇସ୍କୁଲର ସହକାରୀ ଶିକ୍ଷକ ଗୋବର୍ଦ୍ଧନ ପ୍ରଧାନଙ୍କୁ ବଦଳି କରାଯାଇଥିଲା । ରାଜନୈତିକ କାର୍ଯ୍ୟରେ ସମ୍ପୃକ୍ତ ରହୁଥିବା ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ ହୋଇଥିଲା । ଗତ ଏପ୍ରିଲ ୧୩ ତାରିଖ ଦିନ ଜିଲ୍ଲାପାଳ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ | ପ୍ରଧାନଙ୍କୁ ବୌଦ୍ଧ ନିର୍ବାଚନ ମଣ୍ଡଳୀର ମଥୁରା ପଞ୍ଚାୟତ ହାଇସ୍କୁଲ, କେଲାକଟାକୁ ବଦଳି କରାଯାଇଛି।

Leave A Reply

Your email address will not be published.