ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ୍ କଲେ ପ୍ରଣବ

ନିର୍ବାଚନୀ ମାହୋଲ ଭିତରେ ରାଜ୍ୟ ରାଜନୀତିକୁ ଆହୁରି ସରଗରମ କରିଛି ପ୍ରଣବଙ୍କ ପୋଷ୍ଟ । ସୋସିଆଲ ମିଡିଆ ଏକ୍ସରେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ୍ କରି ପୋଷ୍ଟ କରିଛନ୍ତି ପ୍ରଣବ । ସମ୍ବଲପୁର ଲୋକସଭା ଆସନ ପାଇଁ ପ୍ରଣବ-ଧର୍ମେନ୍ଦ୍ର ଦୁଇ ପ୍ରମୁଖ ଦଳ ବିଜେଡି- ବିଜେପିର ପ୍ରାର୍ଥୀ ହୋଇଥିବା ବେଳେ ଧର୍ମେନ୍ଦ୍ରଙ୍କୁ ନିଶାନା କରିଛନ୍ତି ପ୍ରଣବ ପ୍ରକାଶ ଦାସ ।

ଏନଏଚ-୫୫ ନେଇ ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ୍ କରି ପ୍ରଣବ ଲେଖିଛନ୍ତି,”ଧର୍ମେନ୍ଦ୍ର ଭାଇ, ଗତ ୧୦ ବର୍ଷ ମଧ୍ୟରେ ସମ୍ବଲପୁର-କଟକ ଏନଏଚ-୫୫ର ଦୂରାବସ୍ଥା ଯୋଗୁଁ ୨୦୦ରୁ ଅଧିକ ଦୁର୍ଘଟଣାରେ ୪୦୦ରୁ ଅଧିକ ବହୁମୂଲ୍ୟ ଜୀବନ ଚାଲିଯାଇଛି କାହା ପାଇଁ ? କାହାର ଅପାରଗତା ଓ ସ୍ଥାଣୁତା ଯୋଗୁଁ ?ଆପଣ ୧୦ ବର୍ଷ କେନ୍ଦ୍ରମନ୍ତ୍ରୀ ଥାଇ ମଧ୍ୟ ସାମାନ୍ୟ ରାସ୍ତା କାମଟିଏ ସାରିପାରିଲେ ନାହିଁ। ଏହାଠାରୁ ବଡ଼ ବିଫଳତା ଆଉ କ’ଣ ହୋଇପାରେ ? କେଉଁ ମୁହଁ ନେଇ ଆପଣ ସମ୍ବଲପୁରବାସୀଙ୍କୁ ସାମ୍ନା କରିବେ। ଯାହାଙ୍କର ଜୀବନରେଖାକୁ ଆପଣ ବିପର୍ୟ୍ୟସ୍ତ କରି ରଖିଛନ୍ତି । କେନ୍ଦ୍ରମନ୍ତ୍ରୀ ଭାବେ ଆପଣଙ୍କର ୧୦ ବର୍ଷର ବିଫଳତାର ଚିଠା ସମ୍ବଲପୁରବାସୀଙ୍କ ପାଖରେ ଅଛି। ଜନସାଧାରଣ ଆପଣଙ୍କୁ ଉଚିତ୍ ଜବାବ ଦେବେ” । ବୋଲି ପ୍ରଣବ ପ୍ରକାଶ ଦାସ କହିଛନ୍ତି।

ତେବେ ସମ୍ବଲପୁର ଲୋକସଭା ଆସନରେ ଜିତାପଟ ପାଇଁ ଉଭୟ ଧର୍ମେନ୍ଦ୍ର ଓ ପ୍ରଣବ ଜୋରଦାର ପ୍ରଚାର କରୁଛନ୍ତି । ଲୋକଙ୍କ ପାଖକୁ ଯାଇ ନିଜର ଶକ୍ତିପ୍ରଦର୍ଶନ କରୁଛନ୍ତି । ଆଉ ୟାରି ଭିତରେ ଜନତାଙ୍କ କଥା ନେଇ ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ୍ କରିଛନ୍ତି ପ୍ରଣବ ।

Leave A Reply

Your email address will not be published.