ରାଜ୍ୟରେ ଆଜିଠୁ ମେଘୁଆ ପାଗ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜିଠାରୁ ଓଡ଼ିଶାରେ ପଶ୍ଚିମା ଝଡ ଏବଂ ବଙ୍ଗୋପସାଗରରୁ ଓଡିଶା ମୁହାଁ ଉଷ୍ମ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରଭାବରେ ପାଗ ବଦଳିବ । ଆଜି ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶାର ୭ ଜିଲ୍ଲାକୁ ବିଜୁଳି ଘଡଘଡି ପାଇଁ ଚେତାବନୀ ଜାରି କରାଯାଇଛି।

ଆସନ୍ତା କାଲି ୪ ତାରିଖରେ ଉତ୍ତର ଓଡ଼ିଶାର ୧୩ ଜିଲ୍ଲାରେ ବିଜୁଳି ଘଡଘଡି ଏବଂ ୯ ଜିଲ୍ଲାରେ କୁଆପଥର ବର୍ଷା ପାଇଁ ମଧ୍ୟ ଚେତାବନୀ ଜାରି କରାଯାଇଛି। ଆସନ୍ତା ୨୪ ଗଣ୍ଟା ମଧ୍ୟରେ ଉତ୍ତର ଅଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନ, ଉତ୍ତର ଉପକୂଳ ଓଡ଼ିଶାର, ସୋନପୁର ବଲାଙ୍ଗିର, ନୂଆପଡ଼ା ଏବଂ ବୌଦ୍ଧ ଜିଲ୍ଲାର ଗୋଟିରୁ ଦୁଇ ଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇପାରେ। ଏହି ସମୟରେ ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାର ଗୋଟିଏ ରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ସମ୍ଭାବନା ଥିବାରୁ ହଳଦିଆ ଚେତାବନୀ ଜାରି କରାଯାଇଛି।

ସେହିଭଳି ୪ ତାରିଖରୁ ୫ ଉତ୍ତର ଓଡ଼ିଶାର ଅନେକ ସ୍ତନାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ଥିବାବେଳେ ଦକ୍ଷିଣ ଓଡ଼ିଶାର ଜିଲ୍ଲା ଗୁଡିକରେ କିଛି କିଛି ସ୍ତାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ବାଲେଶ୍ବର ଭଦ୍ରକ, ଯାଜପୁର, କେନ୍ଦ୍ରାପଡା କଟକ, ଜଗତସିଂହପୁର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାର ଗୋଟିଏ ରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ବର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ ରୁ ଦୁଇଟି ସ୍ଥାନରେ କୁଆପଥର ମାଡ଼ ସହିତ ବର୍ଷା ସମ୍ଭାବନା ଥିବାରୁ ହଳଦିଆ ଚେତାବନୀ ଜାରି କରାଯାଇଛି।

Leave A Reply

Your email address will not be published.