ବିଧାନସଭାର ବଜେଟ୍ ଅଧିବେଶନ: ମୁଖ୍ୟମନ୍ତ୍ରୀ ବିଧାନସଭା ଆସିଲେ

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭାର ବଜେଟ୍ ଅଧିବେଶନ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ଆସିଥିବାର ଦେଖିବାକୁ ମିଳିଛି। ବିଧାନସଭାର ବଜେଟ୍ ଅଧିବେଶନ ପୂର୍ବରୁ ଆଜି ୫୪ ନମ୍ବର ପ୍ରକୋଷ୍ଠରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡି ବିଧାୟକ ଦଳର ବୈଠକ ହୋଇଛି। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ସମେତ ଅନ୍ୟ ମନ୍ତ୍ରୀ ଏବଂ ବିଧାୟକମାନେ ଯୋଗ ଦେଇଛନ୍ତି। ଏଣେ ବିଧାନସଭା ପରିସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଗାର୍ଡ ଅଫ୍ ଅନର୍ ଦିଆଯାଇଥିଲା।

ଅଧିବେଶନ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ମୋଟ୍ ୬ଟି କାର୍ଯ୍ୟଦିବସ ରହିଛି। ୩୦ ତାରିଖରେ ବଜେଟ୍ ଉପସ୍ଥାପନ ହେବ। ମାର୍ଚ୍ଚ ୩୧ ତାରିଖରେ ବ୍ୟୟମଂଜୁରି ବିଲ୍ ପାରିତ ହେବ।

Leave A Reply

Your email address will not be published.