ନୂଆ ଦାୟିତ୍ଵ ଗ୍ରହଣ ପରେ ପୁରୀରୁ ପ୍ରଥମ ସମୀକ୍ଷା କଲେ ଭିକେ ପାଣ୍ଡିଆନ

ପୁରୀ: ପୁରୀ ଗସ୍ତରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି 5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । ପୁରୀରେ ପହଞ୍ଚିବା ପରେ ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ, ବିମଳା ମନ୍ଦିର, ଲକ୍ଷ୍ମୀ ମନ୍ଦିର ଓ ପାର୍ଶ୍ବ ଦେବାଦେବୀଙ୍କୁ ଦର୍ଶନ କରିଥିଲେ । ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ ବାହାରକୁ ଆସି ଶ୍ରୀମନ୍ଦିର ଐତିହ୍ୟ କରିଡର କାର୍ଯ୍ୟର ତଦାରଖ କରିଥିଲେ ।

ଏଥିସହ ଜିଲ୍ଲାପାଳ, ଉପଜିଲ୍ଲାପାଳ, ଓବିସିସି ଓ ଟାଟା ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ଖୁବଶୀଘ୍ର ଐତିହ୍ୟ କରିଡର କାର୍ଯ୍ୟକୁ ଶେଷ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । 5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭାବେ ନୂତନ ଦାୟିତ୍ୱ ଗ୍ରହଣ କରିବା ପରେ ଏହା ତାଙ୍କର ପ୍ରଥମ ପୁରୀ ଗସ୍ତ ।

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ କରି ଡିସେମ୍ବର 15 ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି  । ଏହା ନୂଆବର୍ଷ ରେ ଭକ୍ତ ମାନଙ୍କୁ ନୂଆ ଅନୁଭବ ଦେବ ବୋଲି ସେ ମତ ବ୍ୟକ୍ତ କରିଛନ୍ତି  ।

ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ପରିକ୍ରମା ପ୍ରକଳ୍ପ landscaping କାମରେ ଜଗନ୍ନାଥ ସଂସ୍କୃତି ସହ ଜଡିତ ବିଭିନ୍ନ ଦେଶୀୟ ବୃକ୍ଷ ଓ ଗୁଳ୍ମ ଲଗାଇବାକୁ ପାଣ୍ଡିଆନ୍ ପରାମର୍ଶ ଦେଇଛନ୍ତି  ।

ସ୍ଥାନୀୟ ଲୋକଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡି ର ପାର୍କିଂ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଏତଦବ୍ୟତୀତ ମେଘନାଦ ପାଚେରୀ ପାଖରୁ ବିଭିନ୍ନ utilities ଗୁଡିକ ର ସ୍ଥାନାନ୍ତର ,ପରିକ୍ରମା ପ୍ରକଳ୍ପ ର ବିଦ୍ୟୁତ୍ ବ୍ୟବସ୍ଥା କାମ ନିର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ଵ ଆରୋପ କରିଥିଲେ  ।
ଜଗନ୍ନାଥ ବଲ୍ଳଭ ପାର୍କିଂ କାମ ସହ ଯାତ୍ରୀ ମାନଙ୍କ ପାଇଁ ସେଠାରେ କରାଯାଉଥିବା ବିଭିନ୍ନ ସୁବିଧାର ବିକାଶ , ପ୍ରମୋଦ ଉଦ୍ୟାନ, ଓ ଶ୍ରୀ ସେତୁ କାମ ର ଅଗ୍ରଗତିର ପାଣ୍ଡିଆନ୍ ସମୀକ୍ଷା କରିଥିଲେ ଓ ନିର୍ଦ୍ଧାରିତ ସମୟ ରେ କାମ ଶେଷ କରିବାକୁ ନିର୍ଦେଶ ଦେଇଥିଲେ  ।

ଏଥିପାଇଁ ଅଧିକ ଲୋକ ନିୟୋଜିତ କରିବା ପାଇଁ 5T ଓ ନବୀନ ଓଡିଶା ଅଧ୍ୟକ୍ଷ ପରାମର୍ଶ ଦେଇଛନ୍ତି । ଏହି ପରିଦର୍ଶନ ସମୟରେ ପୁରୀ ଜିଲ୍ଲାପାଳ ,SP OBCC MD ଉପସ୍ଥିତ ଥିଲେ ।

Leave A Reply

Your email address will not be published.